kranti khadu news-ଶ୍ରୀଅରବିନ୍ଦ ଙ୍କ ୧୫୦ତମ ଜନ୍ମ ଜୟନ୍ତୀ ପାଳନ(ରିଙ୍କୁ ଦେବତା ଙ୍କ ରିପୋର୍ଟ)ଗାଇସିଲେଟ ବ୍ଳକ ଅନ୍ତର୍ଗତ ଗୁଦେରପାଲି ଠାରେ କୋଭିଡ କଟକଣା କୁ ଦୃଷ୍ଟିରେ ରଖି ପଞ୍ଚାୟତ ସ୍ତରୀୟ ଶ୍ରୀ ଅରବିନ୍ଦ ଙ୍କ ୧୫୦ ତମ ଜନ୍ମ ଜୟନ୍ତୀ ପାଲିତ ହୋଇଯାଇଛି। କିଶୋର ଚନ୍ଦ୍ର ଦେବତା ଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ କମଲାକାନ୍ତ ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଜୟ ଲାଲ ସାହୁ ସ୍ବାଗତ ଭାଷଣ ଦେଇଥିଲେ। ଗାଇସିଲେଟ ବ୍ଲକ ଶ୍ରୀ ଅରବିନ୍ଦ ପାଠଚକ୍ର ସଂଗଠନ ର ଆବାହକ ଅଧ୍ୟାପକ ଧନପତି ଦେବତା ମୁଖ୍ୟ ବକ୍ତା ଭାବେ ଯୋଗଦେଇ ଶ୍ରୀ ଅରବିନ୍ଦ ଙ୍କ ଜୀବନି ତାଙ୍କର ପାଞ୍ଚ ଟି ସ୍ବପ୍ନ ଓ ତିନୋଟି ପାଗଲାମି ଉପରେ ଆଲୋଚନା କରିଥିଲେ। ଏଥିରେ ଗୁଦେରପାଲି ମହାବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ,ଏମ ଇ ସ୍କୁଲ୍ ଓ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ର ର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଏବଂ ଗ୍ରାମ ପଞ୍ଚାୟତ ର ସରପଞ୍ଚ ଓ ସଦସ୍ୟ ଯୋଗଦାନ କରିଥିଲେ।ଶେଷରେ ଶିକ୍ଷା କେନ୍ଦ୍ର ର ଅଧ୍ୟକ୍ଷ ସରୋଜ ନାଏକ ଧନ୍ୟବାଦ ଅର୍ପଣ କରିଥିଲେ।

Post a Comment

0 Comments